ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନ ଠାରେ ଦ୍ରୌପଦୀ ମୁର୍ମୁ ଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ବିଧାୟକ ।.
195 Views 0 Comments | - By Black Cat News - 5 August, 2022

ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନ ଠାରେ ମାନ୍ୟବର ବାଚସ୍ପତି ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ନବ ନିର୍ବାଚିତ ମହାମହିମଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହୋଦୟ ଙ୍କୁ ରାଇସିନା ହିଲ୍ସରେ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶା ବିଧାୟକ । ରାଷ୍ଟ୍ରପତିଙ୍କୁ ଭେଟି ଅଭିନନ୍ଦନ ଜଣାଇବା ସହ ଓଡ଼ିଶା ବିକାଶଧାରାକୁ ଆଗକୁ ନେବାକୁ ସହଯୋଗ ଲୋଡ଼ିଛନ୍ତି ବିଧାୟକ ।
ଏହାସହ ମହାମହିମଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ବାଚସ୍ପତି ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ, ରୁପାର ଜଗନ୍ନାଥଙ୍କ ମୂର୍ତ୍ତି, ଓଡ଼ିଶାର କଳା ସଂସ୍କୃତି ଉପରେ ଅନେକ ଚିତ୍ର ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। ଓଡ଼ିଶାର ଉର୍ଣ୍ଣତୀ ଓ ପ୍ରଗତି କ୍ଷେତ୍ରରେ ଆଲୋଚନା କରିଛନ୍ତି।
Sunil Kumar Dash's Report
BlackCatNews, Ganjam